Latest Odisha News

କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ୍; ‘୧୦ ବର୍ଷରେ ଚିଲିକାରେ ସେତୁ ହେଲା କି?’

ବ୍ରହ୍ମଗିରି: ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ କୃଷ୍ଣପ୍ରସାଦରେ ପ୍ରଚାର ସମୟରେ ବିଜେପିକୁ ଜୋରଦାପ ଆକ୍ରମଣ କରିଛନ୍ତି ବିଜେଡିର ବରିଷ୍ଠ ନେତା ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ସମାଲୋଚନା କରିଛନ୍ତି ପାଣ୍ଡିଆନ । ବିଜେପି ଦଳରୁ ବହୁ ନେତା ଆସି କହୁଛନ୍ତି ଚିଲିକାରେ ସେତୁ କରିବେ । ୨୦୧୪ ନିର୍ବାଚନ ବେଳେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ଆସି କହିଥିଲେ ଚିଲିକାରେ ସେତୁ କରିବେ ବୋଲି, ଏ ପର୍ଯ୍ୟନ୍ତ ହେଲା କି ବୋଲି ପ୍ରଶ୍ କରିଛନ୍ତି ପାଣ୍ଡିଆନ।

ସେ ଆହୁରି କହିଛନ୍ତି, ‘କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କ ମତ ଚିଲିକା ଉପରେ ସେତୁ ହୋଇପାରିବ ନାହିଁ । ସେମାନଙ୍କ କଥାରେ ତାଳମେଳ ରହୁନି, କେବଳ ଲୋକଙ୍କୁ ଠକିବା ପାଇଁ କହୁଛନ୍ତି । ଭୋଟ୍ ବେଳେ ବିଜେପି ଦଳ ଲୋକଙ୍କ ପ୍ରତି ଯେଉଁ ଆନ୍ତରିକତା ଦେଖାଉଛି, ଭୋଟ୍ ପରେ ମଧ୍ୟ ଲୋକଙ୍କ ପ୍ରତି ସେଭଳି ଆନ୍ତରିକତା ସେମାନେ ରଖିବେ ବୋଲି ମୋର ଆଶା’ ।

ସେହିପରି, ଯଦି ଚିଲିକାରେ ସେତୁ ହେବ, ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ । ନବୀନ ପଟ୍ଟନାୟକ ମହାନଦୀ, ବ୍ରାହ୍ମଣୀ ପରି ବଡ଼ ବଡ଼ ନଦୀରେ ସେତୁ କରିଛନ୍ତି, ଯଦି କେନ୍ଦ୍ର ସରକାରଙ୍କ ଅନୁମତି ମିଳିବ, ତେବେ ନବୀନବାବୁ ୩ ବର୍ଷ ମଧ୍ୟରେ ଚିଲିକା ଉପରେ ସେତୁ କରି ଦେଖାଇଦେବେ । ସେତୁ ନିର୍ମାଣ ପୂର୍ବରୁ ଚିଲିକାରେ ଯାତ୍ରୀବାହୀ ନୌକାସଂଖ୍ୟା ବୃଦ୍ଧି କରାଯିବ । ଚିଳିକାରେ ଡ୍ରେଜିଙ୍ଗ ପାଇଁ ୧୨.୭୦ କୋଟି ଟଙ୍କା ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଫନି ପରି ବାତ୍ୟା ସମୟରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା କୃଷ୍ଣପ୍ରସାଦ ବ୍ଲକ । ସେ ସମୟରେ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ପ୍ରତି ପଞ୍ଚାୟତକୁ, ମନ୍ତ୍ରୀ, ବିଧାୟକ ଓ ଅଧିକାରୀମାନଙ୍କୁ ପଠାଇଥିଲେ ମୁଖ୍ୟମନ୍ତ୍ରୀ । ସେତେବେଳେ ଭୋଟ୍ ନ ଥିଲା ଲୋକଙ୍କ ସେବା ଓ ଭଲ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ଏହା କରିଥିଲେ ।

ଏବେକାର ବିଧାୟକ ୫ ବର୍ଷ ମଧ୍ୟରେ ଥରେ ବି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଲୋକଙ୍କ ସମସ୍ୟା ନେଇ ଆସିନାହାନ୍ତି, ତା’ହେଲେ ସେ ଲୋକଙ୍କ ପାଇଁ କାମ କଣ କରିଛନ୍ତି ବୋଲି ବିଜେପିକୁ ତେରଚ୍ଛା ବାଣ ମାରିଛନ୍ତି ପାଣ୍ଡିଆନ ।

ନବୀନ ବାବୁଙ୍କ ଚିହ୍ନ ଶଙ୍ଖ ଚିହ୍ନ । ନବୀନ ବାବୁଙ୍କୁ ଶଙ୍ଖ ଚିହ୍ନରେ ଆଶୀର୍ବାଦ କରି ସଂସଦୀୟ ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କ ସହ ବିଧାନସଭା ପ୍ରାର୍ଥୀ ଉମା ସାମନ୍ତରାୟଙ୍କୁ ବିପୁଳ ଭୋଟରେ ବିଜୟୀ କରିବାକୁ ଅପିଲ କରିଛନ୍ତି ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ।

Comments are closed.