Latest Odisha News

BREAKING NEWS

ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ପରଲୋକ

ଭୁବନେଶ୍ୱର: ପାରଳାର ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କର ପରଲୋକ । ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ମହାରାଜା ଗୋପୀନାଥ ଅନ୍ତିମ ନିଶ୍ୱାସ ନେଇଥିବା ଜଣାପଡ଼ିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା।

BjdElectrycity

ସ୍ବର୍ଗତ ମହାରାଜା ଗୋପୀନାଥ ଗଜପତି ୧୯୪୩ ମସିହା ମାର୍ଚ୍ଚ ୬ ତାରିଖରେ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ଜନ୍ମଗ୍ରହଣ କରିଥିଲେ ।

ପ୍ରାପ୍ତ ସୂଚନା ଅନୁଯାୟୀ, ମହାରାଜା ଦୀର୍ଘ ଦିନରୁ ଅସୁସ୍ଥ ଥିଲେ । ତେଣୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ଘଟିଛି ।

ମହାରାଜାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ଆମର ଆତ୍ମାର ସଦଗଦି ନିମନ୍ତେ କାମନା କରିଛନ୍ତି । ଶୋକଶନ୍ତପ ପରିବାର ବର୍ଗଙ୍କୁ ଆଶ୍ୱାସନା ଦେବା ସହ ମହାରାଜାଙ୍କ ବିୟୋଗ ଓଡିଶା ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ନବୀନ କହିଛନ୍ତି ।

ଏହାସହ ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ପୂର୍ବତନ ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ, ସାଂସଦ ସଂଗୀତା କୁମାରୀ ସିଂହଦେଓ ପ୍ରମୁଖ ମଧ୍ୟ ମହାରାଜାଙ୍କ ଦେହାନ୍ତରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ଗୋପୀନାଥ ଗଜପତି ନାରାୟଣ ଦେବ ବ୍ରହ୍ମପୁରରୁ ୨ ଥର ସାଂସଦ ଭାବେ କାର୍ଯ୍ୟ କରିଛନ୍ତି ।

Leave A Reply

Your email address will not be published.