Latest Odisha News

BREAKING NEWS

ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା; ଓଡିଶାରେ ଚାଲିଛି ବିଜେପି-ବିଜେଡି ପାର୍ଟନରସିପ୍ ସରକାର: ରାହୁଲ ଗାନ୍ଧୀ

ରାଉରକେଲା: ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ରାଉରକେଲାରେ ଦ୍ୱିତୀୟ ଦିନରେ ଜାରି ରହିଛି । ପ୍ରଥମେ ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କରିବା ପରେ ବ୍ୟାସ ଗୁମ୍ଫା ପରିଦର୍ଶନ କରିଛନ୍ତି । ଏହାପରେ ରାଉରକେଲା ଉଦିତନଗର ଏସପି ଅଫିସ୍ ସମ୍ମୁଖରୁ ପଦଯାତ୍ରା ଆରମ୍ଭ କରିଛନ୍ତି ରାହୁଲ ଗାନ୍ଧୀ । ଏହି ସମୟରେ ରାହୁଲ ଗାନ୍ଧୀ ରାଉରକେଲାରେ ଜନସାଧାରଣଙ୍କୁ ସମ୍ବୋଧିତ କରିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।

ରାହୁଲ କହିଛନ୍ତି, ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ନରେନ୍ଦ୍ର ମୋଦୀଙ୍କ ପାର୍ଟନରସିପରେ ସରକାର ଚାଲିଛି । ସଂସଦରେ ଏଭଳି ଦୃଶ୍ୟ ଦେଖିଥିବା କହିଛନ୍ତି ରାହୁଲ ଗାନ୍ଧୀ । ପ୍ରଧାନମନ୍ତ୍ରୀ ଯାହା କହିଲେ ମୁଖ୍ୟମନ୍ତ୍ରୀ ସମର୍ଥନ କରୁଛନ୍ତି । ଓଡ଼ିଶାରେ ବହୁ ଶିଳ୍ପ ପ୍ରତିଷ୍ଠାନ ବନ୍ଦ ରହିଥିବା ବେଳେ ବେରୋଜଗାରୀ ବୃଦ୍ଧି ପାଇଛି ।

ରାଜ୍ୟର ୩୦ ଲକ୍ଷ ଲୋକ ଦାଦନ ଖଟିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି । ୩୦ ଜଣ ଉଦ୍ୟୋଗପତି ଆସି ଓଡ଼ିଶାକୁ ଲୁଟିବାକୁ ବସିଛନ୍ତି । ରାଜ୍ୟରେ ଗରିବ, ଆଦିବାସୀ, ଦଳିତ ଓ ପଛୁଆବର୍ଗ ଅବହେଳିତ ହୋଇ ରହିଥିବା ଅଭିଯୋଗ ଆଣିଛନ୍ତି ଏହାସହ କଂଗ୍ରେସ ଲୋକଙ୍କ ପାଇଁ ଲଢେଇ ଜାରି ରଖିଥିବା କହିଛନ୍ତି ରାହୁଲ ।

ଏହା ପରେ ରାହୁଲ ରାଜଗାଙ୍ଗପୁରର ରାଣୀବନ୍ଧ ନିକଟ ବିର୍ସାମୁଣ୍ଡା ପଡିଆରେ ମଧ୍ୟାହ୍ନଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ରାଣୀବନ୍ଧ ଠାରୁ ଯାତ୍ରା ଆରମ୍ଭ କରି କୁତ୍ରାରେ ଜନସାଧାରଣଙ୍କୁ ଉଦବୋଧନ ଦେବେ । ବଡ଼ଗାଁଠାରେ ମଧ୍ୟ ଜନସାଧାରଣକୁ ଉଦବୋଧନ ଦେବେ ରାହୁଲ ଗାନ୍ଧୀ ।

ବଡ଼ଗାଁରୁ ବାହାରି ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରେ ଅପରାହ୍ନ ସାଢେ ୪ ଟାରେ ପହଞ୍ଚି ପଦଯାତ୍ରା କରିବେ । ଏହି ପଦଯାତ୍ରା ଷ୍ଟାଡିୟମ୍ ଛକ ଓ ସୁନ୍ଦରଗଡ଼ ଏସବିଆଇ ଛକ ହୋଇଯିବ । ସେଠାରୁ ଝାରସୁଗୁଡ଼ା ଅଭିମୁଖେ ଯାଇ ଅମଲିପାଲିଠାରେ ରାହୁଲ ରାତ୍ରିଯାପନ କରିବେ ।

Leave A Reply

Your email address will not be published.