Latest Odisha News

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: କୋର୍ଟରେ ହାଜର ହେଲା ପୁଞ୍ଜିଲାଲ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ଆଜି ହେବ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର ବୟାନ ରେକର୍ଡ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି ।

ପୂର୍ବ ତାରିଖରେ ଅସୁସ୍ଥତା ଦେଖାଇ ମହଲତି ମାଗିଥିଲା ପୁଞ୍ଜିଲାଲ । ଫଳରେ ପୁଞ୍ଜିଲାଲର ବୟାନ ରେକର୍ଡ ହୋଇ ପାରିନଥିଲା । ଆଜି ବୟାନ ରେକର୍ଡ ପରେ ବିଚାରପତି ରାୟ ପ୍ରକାଶ କରିବେ । ଏହି ଘଟଣାରେ ପୂର୍ବରୁ ୬୩ ଜଣଙ୍କ ବୟାନ ରେକର୍ଡ ହୋଇ ସାରିଛି ।

ସୂଚନାଯୋଗ୍ୟ, ୨୦୧୮ ଫେବ୍ରୁୟାରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ଆସିଥିବା ଏକ ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣା ସମଗ୍ର ଦେଶରେ ହଇଚଇ ସୃଷ୍ଟି କରିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା ।

 

Comments are closed.