ପାଟଣାଗଡ଼: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା । ଏହି ମାମଲାରେ ହସ୍ତକ୍ଷେପ କରିଛନ୍ତି ସୁପ୍ରିକୋର୍ଟ । ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି ଶେଷ ପାଇଁ କହିଥିଲେ । ଆଉ ୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ ୪ ସପ୍ତାହରେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ସୂଚନାଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା । ସୌମ୍ୟଶେଖର ସାହୁ ଓ ରିମା ସାହୁଙ୍କ ବାହାଘରର ଗିଫ୍ଟ ଖୋଲିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ନବବିବାହିତ ସୌମ୍ୟଶେଖର ସାହୁ ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ନବବଧୂ ରିମା ସାହୁ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସିତ ହୋଇଥିଲେ।
ଏହି ମାମଲା ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟରେ ବିଚାରାଧୀନ ରହିଛି । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରାଯାଇଥିଲା । ପୁଞ୍ଜିଲାଲଙ୍କ ଆବେଦନକୁ ବିଚାର କରି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
Comments are closed.