Latest Odisha News

BREAKING NEWS

ଲୋୟର ପିଏମଜିରେ ସ୍ଥିତି ଅଣାୟତ୍ତ: ତାରା, ଭକ୍ତ ଓ ମୋକିମଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ଲୋୟର ପିଏମଜିରେ ଅଣାୟତ୍ତ ହୋଇଛି ସ୍ଥିତି। ପୋଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ କର୍ମୀଙ୍କ ଉପରେ ପାଣି ମାଡ଼ କଲା ପୋଲିସ। ବ୍ୟାରିକେଡ୍‌ ଭାଙ୍ଗିବା ପରେ ପାଣି ମାଡ଼ କଲା ପୋଲିସ। କଂଗ୍ରେସ କର୍ମୀଙ୍କୁ ଅଟକାଇବାକୁ ପୋଲିସ ନାକେଦମ୍‌।

ଲୋୟର ପିଏମଜିରୁ ପିସିସି ସଭାପତି ଭକ୍ତ ଦାସ, ବିଧାୟକ ତାରାବାହିନୀ ପତି ଏବଂ ମହମ୍ମଦ ମୋକିମଙ୍କୁ ଉଠାଇ ନେଇଛି ପୋଲିସ। ମାଜିଷ୍ଟ୍ରେଟଙ୍କ ଅର୍ଡର ପରେ ଏ ପ୍ରକାର ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସେପଟେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ପ୍ରତିବାଦ ଜାରି ରହିଛି। ବଡ଼ ବଡ଼ ନେତାଙ୍କୁ ଗିରଫ କରିବା ଦ୍ୱାରା କର୍ମୀ ଶାନ୍ତ ପଡ଼ିବେ ଓ ଆନ୍ଦୋଳନରୁ ଓହରିବା ନେଇ ପୋଲିସ ଆଶା ରଖିଛି।

ସେପଟେ ନାରୀ ସୁରକ୍ଷା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରି ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ। ବ୍ୟାରିକେଡ୍‌ ଭାଙ୍ଗି ବିଧାନସଭା ଅଭିମୁଖେ ଅଗ୍ରସର ବେଳେ ପୋଲିସ ସହ କଂଗ୍ରେସ ନେତା ଓ କର୍ମୀ ଧସ୍ତାଧସ୍ତି ଓ ଠେଲାପେଲା ହୋଇଥିଲେ। ପୋଲିସ ଉପରକୁ ଚେୟାର ଫିଙ୍ଗିବା ସହ ଟେକାପଥର ଫିଙ୍ଗିଥିଲେ କଂଗ୍ରେସ କର୍ମୀ। ପାଣି ବୋତଲ ମଧ୍ୟ ଉତ୍ତ୍ୟକ୍ତ କଂଗ୍ରେସ କର୍ମୀ ଫିଙ୍ଗା ଫୋପଡ଼ା କରିଥିଲେ। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ କଂଗ୍ରେସ କର୍ମୀଙ୍କ ଉପରେ ପାଣିମାଡ଼ ଓ ଟିୟର ଗ୍ୟାସ ମାଡ଼ କରିଥିଲା ପୋଲିସ। ଏସବୁ ସତ୍ତ୍ବେ କଂଗ୍ରେସ କର୍ମୀଙ୍କୁ ଅଟକାଇବାକୁ ନାକେଦମ୍‌ ହେଲାଣି ପୋଲିସ ।

 

Comments are closed.