Latest Odisha News

BREAKING NEWS

ହାଇକୋର୍ଟରେ ପିଟିସନ୍: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ

କଟକ: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଏନେଇ ରାଜ୍ୟ ସରକାର ଓ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଏର କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଯଥାଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମସ୍ତ ସୁବିଧା ଓ ଉପଯୋଗୀ କାର୍ଯ୍ୟ ସାରିବାକୁ ସେବାୟତ ଆବେଦନ କରିଛନ୍ତି । ବିଶେଷ କରି ସେବାୟତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଉଦ୍ଦିଷ୍ଟ ବିକାଶମୂଳକ କାମ ଶୀଘ୍ର ସାରିବାକୁ ଦାବି କରିଛନ୍ତି ।

ହାଇକୋର୍ଟ ଏଥିରେ ହସ୍ତକ୍ଷେପ କରି ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସେବାୟତ ନିବେଦନ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁସାରେ ଏଏସଆଇକୁ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ କହିଛନ୍ତି ।

କିଛି ମୁଷ୍ଟିମେୟ ଗୋଷ୍ଠୀ ମିଥ୍ୟା ଓ କୁପ୍ରଚାର କରି ପରିକ୍ରମା ପ୍ରକଳ୍ପ ଅଗ୍ରଗତିରେ ବାଧା ସୃଷ୍ଟି କରୁଛନ୍ତି । ଏଥିରେ କିଛି ରାଜନୈତିକ ବ୍ୟକ୍ତି ସହଯୋଗ କରୁଛନ୍ତି, ଯାହାକି ଗ୍ରହଣୀୟ ନୁହେଁ । ତେଣୁ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରାଯିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେବାୟତ ପ୍ରାର୍ଥନା କରିଛନ୍ତି ।

 

Leave A Reply

Your email address will not be published.