Latest Odisha News

BREAKING NEWS

ଜାଣନ୍ତୁ କେଉଁ ସହରରେ କଣ ରହିଛି ଆଜିର ତୈଳ ଦର

ଭୁବନେଶ୍ୱର: ଆଜି ଦେଶର କିଛି ସ୍ଥାନରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ମଧ୍ୟ ରହିଛି। ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି। ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି। ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫.୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।

Comments are closed.