Latest Odisha News

ଭୁବନେଶ୍ୱରର ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ; ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଗଭର୍ଣ୍ଣର ହାଉସ ନିକଟସ୍ଥ ପେଟ୍ରୋଲ ପମ୍ପରେ ନିଆଁ ଲାଗି ବୁଧବାର ଦିନ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଯାହା ପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏନେଇ ସେ ଟ୍ବିଟ୍ କରି ସୂଚନା ଦେଇଛନ୍ତି ‌। ତାଙ୍କ ଟ୍ବିଟ ଅନୁଯାୟୀ, “ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଲି । ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀ ମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛି”।

ଏହା ଛଡ଼ା ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିବା ବେଳେ ପ୍ରାୟ ୮ ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏପରିକି ୨ ଗୁରୁତର ଆହତଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଅଧିକ ପଢନ୍ତୁ- ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ନିଆଁ, ବଡ ଧରଣ ବିସ୍ଫୋରଣ

ଅଧିକ ପଢନ୍ତୁ- ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ; ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

Comments are closed.