Latest Odisha News

BREAKING NEWS

ବଦଳିଲେ ଫିରିଙ୍ଗିଆ ଥାନା IIC ତପନ କୁମାର ନାହାକ

ଫୁଲବାଣୀ: ପୋଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ଲଙ୍କାକାଣ୍ଡ ଘଟଣା‌ରେ ଆଇଆଇସିଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ସେହିପରି ଅଭିଯୋଗ ଥିବା ୨ ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଏସମ୍ପର୍କରେ ସୂଚନା ଦେଇଛନ୍ତି କନ୍ଧମାଳ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ର ।

ଅନ୍ୟପଟେ ୧୫ରୁ ଅଧିକ ଲୋକଙ୍କୁ ଅଟକ ରଖିଛି ପୋଲିସ । ଦକ୍ଷିଣାଞ୍ଚଳ ଆଇଜି ଫିରିଙ୍ଗିଆ ଥାନା ଆସି ତଦାରଖ କରିଛନ୍ତି । ସ୍ଥିତିକୁ ନଜରରେ ରଖି ୬ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ଫିରିଙ୍ଗିଆରେ ୧୪୪ ଧାରା ଜାରି ରହିଛି । ଫିରିଙ୍ଗିଆରେ ଦୋକାନ ବଜାର ବନ୍ଦ ରହିଛି ।

ସୂଚନା ଅନୁସାରେ, ଗତକାଲି ଫିରିଙ୍ଗିଆରେ ପୋଲିସ ଗାଡ଼ିରେ ନିଆଁ ଲଗାଇବା ସହ ଥାନା ଭିତରେ ପଶି ନିଆଁ ଲଗାଇ ଦେଇଥିଲେ ଗଞ୍ଜେଇ ମାଫିଆ । ଏସଡିପିଓଙ୍କୁ ଗୋଡ଼ାଇ ଗୋଡ଼ାଇ ଲହୁଲୁହାଣ ଆକ୍ରମଣ କରିଥିଲେ ଗଞ୍ଜେଇ ମାଫିଆ । ଏସଡିପିଓଙ୍କୁ ଫୁଲବାଣୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପଥରମାଡ଼ ଓ ଥାନାରେ ଭଙ୍ଗାରୁଜା କରିବା ସହ ସିଜ୍‌ ହୋଇଥିବା ଗାଡ଼ି ଓ ବନ୍ଧୁକ ଗଞ୍ଜେଇ ମାଫିଆ ଲୁଟି ନେଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.