ବ୍ରହ୍ମପୁର: ଜାତୀୟ ସ୍ୱାସ୍ଥ୍ୟ ମିଶନ(ଏନଏଚଏମ) ଗଞ୍ଜାମର ରାଷ୍ଟ୍ରୀୟ ବାଲ୍ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ(ଆରବିଏସକେ)ର ସହକାରୀ ମ୍ୟାନେଜର ସନ୍ଦୀପ କୁମାର ତ୍ରିପାଠୀ ନିଜ କାର୍ଯ୍ୟାଳୟରେ ବସି ମଦ୍ୟପାନ କରୁଥିବାର ଫଟୋ ଭାଇରାଲ୍ ହୋଇଛି। ଏହି ଫଟୋ ଭାଇରାଲ ହେବା ପରେ ମଙ୍ଗଳବାର ଘଟଣାର ତଦନ୍ତ କରାଯାଇଛି।
ବ୍ରହ୍ମପୁର ସିଟି ହସ୍ପିଟାଲ୍ ପରିସରରେ ରହିଛି ଆରବିଏସକେ କାର୍ଯ୍ୟାଳୟ। ତେବେ ସହକାରୀ ମ୍ୟାନେଜର ସନ୍ଦୀପ ଏହି କାର୍ଯ୍ୟାଳୟରେ କାମ କରୁଥିବା ବେଳେ ଅନେକ ସମୟରେ ସହକର୍ମୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ଅଭିଯୋଗ ହୋଇଥିଲା। ସେ କାର୍ଯ୍ୟାଳୟ ଭିତରେ ମଦ୍ୟପାନ କରୁଥିବାର ଫଟୋ ଭାଇରାଲ ହୋଇଥିଲା। ଅନେକ ଡାକ୍ତର ମଧ୍ୟ ତାଙ୍କ ଦୁର୍ବ୍ୟବହାରର ଶିକାର ହୋଇଥିଲେ। କର୍ମଚାରୀଙ୍କୁ ଅଶ୍ଳିଳ ଭାଷାରେ ଗାଳି ଗୁଲଜ କରୁଥିବା ନେଇ ମଧ୍ୟ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ପାଖରେ ଏନେଇ ଅଭିଯୋଗ ପରେ ପ୍ରଶାସନିକ ସ୍ତରରେ ହଇଚଇ ସୃଷ୍ଟି ହୋଇଥିଲା। ସେ ଘଟଣାର ତଦନ୍ତ ପାଇଁ ନିର୍ଦେଶ ଦେଇଥିଲେ। ଏନେଇ ଜିଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଉମା ଶଙ୍କର ମିଶ୍ର କହିଛନ୍ତି ଯେ, ଅଭିଯୋଗ ଆସିଛି। ଘଟଣାକୁ ଜିଲାପାଳ ଗୁରୁତର ସହ ନେଇଛନ୍ତି। ତଦନ୍ତ ନିର୍ଦେଶ ଦେଇଥିଲେ। ମଙ୍ଗଳବାର ବିଧିବଦ୍ଧ ଭାବେ ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି। ଉଭୟ ଅଭିଯୁକ୍ତ ଏବଂ ଅଭିଯୋଗକାରୀଙ୍କ ବୟାନ ନିଆଯାଉଛି। ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଏନେଇ ସନ୍ଦୀପ କହିଛନ୍ତି ଯେ, କେତେକ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ତେବେ ମଦ୍ୟପାନ ଫଟୋକୁ ଏଡିଟ୍ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି। ତଦନ୍ତରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ତାକୁ ଗ୍ରହଣ କରିବି ବୋଲି କହିଛନ୍ତି।
BREAKING NEWS
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ
- ତମାଖୁଜାତ ଦ୍ରବ୍ୟରୁ ରାଜକୋଷକୁ ୭,୩୪୬ କୋଟି ଟଙ୍କା ଆଦାୟ

Comments are closed.