Latest Odisha News

BREAKING NEWS

ଭକ୍ତନିବାସରେ ରହିବା ହେଲା ମହଙ୍ଗା; ବଢ଼ିଲା ପାର୍କିଂ ଫି

ପୁରୀ: ପୁରୀ ଭକ୍ତନିବାସରେ ରହିବା ହେଲା ମହଙ୍ଗା। ପୁରୀ ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ଭକ୍ତନିବାସର ପାର୍କିଂ ଫି ବଢିଲା। ଏବେ ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତ ନିବାସଗୁଡ଼ିକରେ ରହିବା ପୂର୍ବ ଅପେକ୍ଷା ମହଙ୍ଗା ହୋଇଛି । ପ୍ରଶାସନ ପକ୍ଷରୁ ଭକ୍ତ ନିବାସରେ ଗାଡ଼ି ପାର୍କିଂ ଶୁଳ୍କରେ ବଡ଼ ଧରଣର ବୃଦ୍ଧି କରାଯାଇଛି । ଚାରି ଚକିଆ ଯାନ ପିଛା ୫ ଶହ ଟଙ୍କା ଆଦାୟ କରାଯିବ। ଏଥିରେ ୧୮ ପ୍ରତିଶତ ଜିଏସଟି ରହିଛି।

ନୂତନ ନିୟମ ଅନୁଯାୟୀ, ଜାନୁଆରୀ ୭ ତାରିଖରୁ ପୁରୀର ସମସ୍ତ ଚାରୋଟି ଭକ୍ତ ନିବାସରେ ପ୍ରଥମ ଥର ପାଇଁ ଏହି ପାର୍କିଂ ଫି ଲାଗୁ ହୋଇଛି। ଯେଉଁ ଶ୍ରଦ୍ଧାଳୁମାନେ ଭକ୍ତ ନିବାସରେ ରହିବେ, ସେମାନଙ୍କୁ ନିଜର ଚାରିଚକିଆ ଯାନ ପାଇଁ ୨୪ ଘଣ୍ଟାକୁ ୫୦୦ ଟଙ୍କା ପାର୍କିଂ ଶୁଳ୍କ ଦେବାକୁ ପଡ଼ିବ । ଏହି ୫୦୦ ଟଙ୍କା ମଧ୍ୟରେ ୧୮ ପ୍ରତିଶତ GST ଅନ୍ତର୍ଭୁକ୍ତ କରାଯାଇଛି ।

ପୁରୀରେ ଥିବା ନୀଳାଚଳ ଭକ୍ତ ନିବାସ, ନୀଳାଦ୍ରି ଭକ୍ତ ନିବାସ ସମେତ ଅନ୍ୟ ସମସ୍ତ ସରକାରୀ ଭକ୍ତ ନିବାସରେ ରହୁଥିବା ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ଏହି ନିୟମ ପରିସରଭୁକ୍ତ ହେବେ । ତେବେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି ।

Comments are closed.