Latest Odisha News

BREAKING NEWS

ମେ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ସାନି ତାରିଖ । ଆସନ୍ତା ମେ ୧୩ ତାରିଖରେ ହେବ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏପ୍ରିଲ ୧୯ ରେ ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏପ୍ରିଲ ୨୬ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି । ଏପ୍ରିଲ ୨୭ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୯ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ସେହିପରି ମେ ୧୬ ତାରିଖରେ ଭୋଟ ଗଣତି ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁସାରେ, ପିପିଲି ଉପନିର୍ବାଚନ ପାଇଁ ଏପ୍ରିଲ ୧୭ ଅର୍ଥାତ ଆଜି ଭୋଟ ଗ୍ରହଣ ହେବାର ଥିଲା । କିନ୍ତୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନ ସ୍ଥଗିତ ରହିଥିଲା ।

Leave A Reply

Your email address will not be published.