Latest Odisha News

BREAKING NEWS

ପିପିଲି ଉପନିର୍ବାଚନ ପାଇଁ ଜାରି ହେବ ସାନି ବିଜ୍ଞପ୍ତି, ପ୍ରାର୍ଥୀ ଦେବ କଂଗ୍ରେସ

ଭୁବନେଶ୍ୱର: ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ପୁଣି ଥରେ ପ୍ରାର୍ଥୀ ଦେବ କଂଗ୍ରେସ । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ । କଂଗ୍ରେସ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ପିପିଲିରେ ଉପନିର୍ବାଚନକୁ ରିଟର୍ଣ୍ଣିଂ ଅଫିସର ସ୍ଥଗିତ ରଖିଛନ୍ତି । ଏନେଇ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି ।

ମୁଖ୍ୟ ନିର୍ବାଚନ କମିଶନ ସାନି ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ । ତାରିଖ ଘୋଷଣାର ୭ ଦିନ ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ କରିବେ । ତା’ପରେ ସ୍କ୍ରୁଟିନିଂ ଅନ୍ୟ କାର୍ଯ୍ୟ କରାଯିବ । ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅନ୍ୟ ପ୍ରକ୍ରିୟା କରାଯିବ । ନିର୍ବାଚନ କମିଶନଙ୍କ ପରବର୍ତ୍ତୀ ନିର୍ଦ୍ଦେଶକୁ ଅପେକ୍ଷା କରାଯାଇଛି । ଯେବେ ବି ତାରିଖ ଘୋଷଣା ହେବ ତାପରେ ପୁଣି ଥରେ ପିପିଲି ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

Leave A Reply

Your email address will not be published.