ଭୁବନଶ୍ୱର: ପିପିଲି ବ୍ୟାଟଲ୍ ଗ୍ରାଉଣ୍ଡ କମ୍ପିଲାଣି । ତ୍ରିମୁଖୀ ଲଢ଼େଇ ହେବ । ବିଜେପି ଓ ବିଜେଡି ପରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ପୁଣି ଭରସା କରିଛି ଦଳ । ପିପିଲି ଉପନିର୍ବାଚନ ପାଇଁ ତାଙ୍କ ନାଁରେ ମୋହର ମାରିଛନ୍ତି ହାଇକମାଣ୍ଡ । ୨୦୧୯ ସାଧାରଣ ନିର୍ବାଚନରେ ପିପିଲିରୁ ପ୍ରାର୍ଥୀ ହୋଇଥିଲେ ଅଜିତ ମଙ୍ଗରାଜ । ତାଙ୍କୁ ମିଳିଥିଲା ମାତ୍ର ୯ହଜାର ୮୩୦ ଖଣ୍ଡ ଭୋଟ୍ । ଏଥର ତାଙ୍କୁ ପୁଣି ଥରେ ଟିକେଟ ଦେଇଛି ଦଳ ।

ପିପିଲିରେ ଏଥର ଅଭିଜ୍ଞ ଓ ନବାଗତଙ୍କ ମଧ୍ୟରେ ଲଢ଼େଇ ହେବ । ବିଜେପିରୁ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସରୁ ଅଜିତ ମଙ୍ଗରାଜ । ଏମାନେ ପୂର୍ବରୁ ପ୍ରତ୍ୟକ୍ଷ ନିର୍ବାଚନରେ ଭାଗ୍ୟ ପରୀକ୍ଷା କରାଇଛନ୍ତି । ବିଜେଡି ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥିଙ୍କୁ ଟିକେଟ ଦେଇଛି । ପିପିଲିରେ ରୁଦ୍ର-ଆଶ୍ରିତ-ଅଜିତଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବ ।
BREAKING NEWS
- ସଫଳ ହେବ କି PSLV ମିଶନ ? ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା ରକେଟ୍
- ଇରାନ ଉତ୍ତେଜନା: ୫୩୮ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଊର୍ଦ୍ଧ୍ୱ ଗିରଫ
- Golden Globe Awards 2026: ଓୱେନ୍ କୁପର୍ଙ୍କୁ ଗୋଲ୍ଡେନ୍ ଗ୍ଲୋବ୍ ପୁରସ୍କାର
- ସୋଲାନରେ ଅଗ୍ନିକାଣ୍ଡ: ଶିଶୁ ମୃତ, ୯ ଆହତ
- ‘ମୁଁ ହେଇଥିଲେ, ଇରାନୀ ନେତାଙ୍କୁ ହତ୍ୟା କରିଥାନ୍ତି,’ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଖାମେନେଇଙ୍କୁ ଦେଲେ ଆଶ୍ଚର୍ଯ୍ୟଜନକ ଧମକ…
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
Comments are closed.