Latest Odisha News

BREAKING NEWS

ପିପିଲି ଉପନିର୍ବାଚନ; ବ୍ଲକ ଓ ଏନଏସି ପାଇଁ ୬ ବିଜେଡ଼ି ନେତାଙ୍କୁ ଦାୟିତ୍ଵ

ଭୁବନେଶ୍ୱର: ପିପିଲିରେ ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ପିପିଲିର ଦୁଇଟି ବ୍ଲକ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ପାଇଁ ୬ଜଣ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି।

ପିପିଲି ବ୍ଲକ ପାଇଁ ସମୀର ରଞ୍ଜନ ଦାଶ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ଦାୟିତ୍ବ ଦିଆଯାଇଥିବା ବେଳେ ଡେଲାଙ୍ଗ ବ୍ଲକ ପାଇଁ ନବକିଶୋର ଦାଶ, ସୁଶାନ୍ତ ସିଂ, ଉମାକାନ୍ତ ସାମନ୍ତରାୟ ଓ ବିଭୂତି ବଳବନ୍ତରାୟଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି ।

ସେହିପରି ପିପିଲି ବିଜ୍ଞାପିତ ପରିଷଦ ଅଞ୍ଚଳ ପାଇଁ ସୁଧୀର ସାମଲଙ୍କୁ ଦାୟିତ୍ବ ଦିଆଯାଇଥିବା ନେଇ ସୂଚନା ମିଳିଛି।

Leave A Reply

Your email address will not be published.