Latest Odisha News

BREAKING NEWS

ଏସ୍‌ସିବି ପରେ ରାଉରକେଲାରେ ଖୋଲିବ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଏସ୍‌ସିବି ପରେ ରାଉରକେଲାରେ ଖୋଲିବ ପ୍ଳାଜମା ବ୍ୟାଙ୍କ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଘୋଷଣା କରିଛନ୍ତି ।

କୋଭିଡ ରୋଗର ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସଫଳତାର ସହ କାମ କରୁଛି।  କଟକ SCB ପରେ ଏବେ ପଶ୍ଚିମ ଓଡିଶା ପାଇଁ ରାଉରକେଲାର IGHରେ ପ୍ଲାଜମା ବ୍ୟାଙ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସିତ ଗୁରୁତର ରୋଗୀ ମାନଙ୍କୁ ରାଉରକେଲାର IGH ହସ୍‌ପିଟାଲରୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ। ଏଥିସହିତ ରାଉରକେଲାର କୋଭିଡ କେୟାର ସେଣ୍ଟର ଗୁଡିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ । ସହରର ବସ୍ତି ଓ ଜନଗହଳି ସ୍ଥାନରେ କରୋନା ନିୟନ୍ତ୍ରଣକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave A Reply

Your email address will not be published.