Latest Odisha News

କାଲିଠୁ ଗଂଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଶୀତଳାପ୍ଲଲି ସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କରୋନାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ନିପାତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି । ତେଣୁ ଗଞ୍ଜାମ ଜିଲ୍ଲାରେ କରୋନା ମୁକାବିଲା ପାଇଁ ୨୫କୋଟି ଟଙ୍କା ଦିଆଯିବ । ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଏହାସହ ଗଞ୍ଜାମ ଜିଲ୍ଲାକୁ ଅଧିକ ଡାକ୍ତର ଓ ଆମ୍ବୁଲାନ୍ସ ପଠାଯିବ ।

ଆସନ୍ତାକାଲି ଗଞ୍ଜାମ ଜିଲ୍ଲାର ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍‌ପିଟାଲରେ ପ୍ଲାଜ୍‌ମା ଥେରାପି ଆରମ୍ଭ କରାଯିବ।  ଏହାଦ୍ବାରା ଗଞ୍ଜାମ ଓ ଆଖପାଖ ଜିଲ୍ଲାର ଗୁରୁତର କୋଭିଡ ରୋଗୀମାନେ ପ୍ଲାଜ୍‌ମା ଥେରାପି ସୁବିଧା ପାଇପାରିବେ ଏବଂ କୋଭିଡ  ମୃତ୍ୟୁ ସଂଖ୍ୟା ହ୍ରାସ ପାଇବ ବୋଲି ଆଶା କରାଯାଉଛି ।

ଗଞ୍ଜାମରେ କୋଭିଡ ମୁକାବିଲାକୁ ଆହୁରି ସୁଦୃଢ କରିବା ପାଇଁ ୨ ଜଣ ଆଇ.ଏ.ଏସ୍‌ ଅଫିସର, ୨୫ ଜଣ ଓ.ଏ.ଏସ୍‌ ଅଫିସର, ୧୦୫ ଜଣ ORS ଅଫିସର, ୩୦ ଜଣ MBBS ଡାକ୍ତର, ୧୦୦ ଜଣ ଆୟୁଶ ଡାକ୍ତର ଏବଂ ୨୭ ଜଣ ଲାବୋରେଟୋରୀ ଟେକ୍‌ନିସିଆନଙ୍କୁ ନିୟୋଜିତ କରାଯାଇଛି। ଏହାସହିତ ୩ ଜଣ ଡି.ଏସ୍‌.ପିଙ୍କ ସମେତ ବିଭିନ୍ନ ପାହ୍ୟାର ଅଫିସର ଏବଂ ୧୦ ପ୍ଲାଟୁନ ପୋଲିସ ମଧ୍ୟ ପଠାଯିବା ପାଇଁ ନିଷ୍ପତ୍ତି ହୋଇଛି।

ବ୍ରହ୍ମପୁରର ଅମିତ ହସ୍‌ପିଟାଲରେ ୧୬ଟି ଆଇ.ସି.ୟୁ ବେଡ୍‌ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ପ୍ରତିଷ୍ଠା କରାଯିବ। ଏହାକୁ କଟକର ଅଶ୍ବିନୀ ହସ୍‌ପିଟାଲ ପରିଚାଳନା କରିବ। ଏଥିପାଇଁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ  ଅଶ୍ବିନୀ ହସ୍‌ପିଟାଲ ମଧ୍ୟରେ MoU  ସ୍ବାକ୍ଷରିତ ହୋଇଛି।

Leave A Reply

Your email address will not be published.