Latest Odisha News

BREAKING NEWS

ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର : ଆଜିଠୁ ଯୁକ୍ତଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ। ୧୩ ତାରିଖ ଯାଏ ନାମ ଲେଖାଇବେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ । ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀ ଆଡମିଶନ କରିବେ ।

ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ ଲକ୍ଷ ୨୧ ହଜାର ୨୩, ସଂସ୍କୃତରେ ୭ହଜାର ୭୭୯ ଏବଂ ଧନ୍ଦାମୂଳକରେ ୫ହଜାର ୨୨୦ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି। ଏହାରି ଭିତରେ ଗତକାଲି ପ୍ରକାଶ ପାଇସାରିଛି ପ୍ରଥମ କଟ୍ ଅଫ୍ ତାଲିକା। ଜୁଲାଇ ୧୯ ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ। ୨୦ ରୁ ୨୨ ଯାଏ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୩୧ ଜୁଲାଇ ସୁଦ୍ଧା ନାମଲେଖା ପ୍ରକ୍ରିୟା ଶେଷ କରି ଅଗଷ୍ଟ ୧ ତାରିଖରୁ ପାଠପଢା ଆରମ୍ଭ କରିବା ପାଇଁ ଲକ୍ଷ ରଖିଛି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ।

Leave A Reply

Your email address will not be published.