Latest Odisha News

BREAKING NEWS

୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର: ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ନେଇ ତାରିଖ ଘୋଷଣା ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ପ୍ରକାରେ ୮ ତାରିଖ ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ପରୀକ୍ଷା ଫଳ । ଛାତ୍ରଛାତ୍ରୀମାନେ orissaresults.nic.in ୱେବସାଇଟ ମାଧ୍ୟମରେ ପରୀକ୍ଷା ଫଳ ଜାଣିପାରିବେ ।

ଚଳିତବର୍ଷ ରାଜ୍ୟରେ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ । ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଥିବା ବେଳେ ୮ ତାରିଖରେ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ଆସିବ । ପୂର୍ବ ବର୍ଷ ତୁଳନାରେ ବିଜ୍ଞାନ ଓ କଳାରେ ଭଲ ରେଜଲ୍ଟ ହୋଇଛି । କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ଭଲ ହେବ ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.