Latest Odisha News

ଜୁନ୍ ୩ରେ +୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର : ଚଳିତ ବର୍ଷ ଜୁନ୍ ୩ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ମିଳିଛି।

ଭୁବନେଶ୍ୱର ସ୍ଥିତ ଗୀତଗୋବିନ୍ଦ ଭବନରେ ଦିନ ୧୨ଟା ବେଳେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଦ୍ୱାରା ପରୀକ୍ଷା ଫଳ ଘୋଷଣା କରାଯିବ।

ପରୀକ୍ଷାର୍ଥୀମାନେ www.chseodisha.nic.in ଏବଂ http://orissaresults.nic.in ୱେବସାଇଟରେ ସେମାନଙ୍କ ପରୀକ୍ଷା ଫଳ ଦେଖିପାରିବେ।

ସୂଚନାଯୋଗ୍ୟ, ଗତବର୍ଷ ମେ’ ୧୯ ତାରିଖରେ ପରିଷଦ ପକ୍ଷରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିଲା।

Comments are closed.