Latest Odisha News

BREAKING NEWS

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ

ଭୁବନେଶ୍ୱର: ଶୁକ୍ରବାର ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସଇ) ପକ୍ଷରୁ ଆଜି ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । www. orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ ।

ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହୋଇ ୧୧ତାରିଖରେ ସରିଥିଲା । ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ ।୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିଲେ । ଆଜି ସେମାନଙ୍କ ପରୀକ୍ଷା ଫଳ ବାହାରୁଛି ।

Leave A Reply

Your email address will not be published.