Latest Odisha News

BREAKING NEWS

ଆଜିଠୁ ଯୁକ୍ତ ଦୁଇ ରିଚେକିଂ ପାଇଁ ଆବେଦନ, ଜାଣନ୍ତୁ ଏହାର ଶେଷ ତାରିଖ..

ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷାର ଉତ୍ତରଖାତା ରିଚେକିଂ ଆବେଦନ ଆରମ୍ଭ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଉତ୍ତରଖାତା ପୁନଃ ଯାଞ୍ଚ ବା ରିଚେକିଂ ପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଜୁନ୍‌ ୧୩ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ।

ଉତ୍ତରଖାତା ପାଇବାକୁ ଆବେଦନ କରିଥିବା ପରୀକ୍ଷାର୍ଥୀଙ୍କୁ ଜୁନ୍ ୫ରୁ ୧୮ ତାରିଖ ପର୍ଯ୍ୟନ୍ତ ଖାତା ପ୍ରଦାନ କରାଯିବ। ଜୁନ୍ ମାସରୁ ଯୁକ୍ତ ୨ ଖାତା ପୁନଃ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ। ଉତ୍ତର ଖାତାଗୁଡ଼ିକ ମୂଲ୍ୟାୟନ ପାଇଁ ପରିଷଦ ପକ୍ଷରୁ ଅଧ୍ୟାପକଙ୍କ ତାଲିକା ପ୍ରସ୍ତୁତ ହେଉଛି।

ଜୁଲାଇ ୧୫ ସୁଦ୍ଧା ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ସହ ଯୁକ୍ତ ୨ ପୁନଃ ମୂଲ୍ୟାୟନ ଫଳ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।

 

 

Comments are closed.