Latest Odisha News

BREAKING NEWS

ଜୁଲାଇ ୩୧ରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ବର : ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ବାଣିଜ୍ୟ ଏବଂ ବିଜ୍ଞାନ ବିଭାଗରେ ପଢୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବା ନେଇ ଘୋଷଣା ହୋଇଛି ତାରିଖ । ଏନେଇ ସୂଚନା ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି । ତେଣୁ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳାଫଳ ଜୁଲାଇ ୩୧ ତାରିଖ ପରେ ପ୍ରକାଶ ପାଇବ । ଏଥିପାଇଁ ସୁପ୍ରିମକୋର୍ଟଙ୍କ ନିକଟରେ କାଉନସିଲ୍ ପକ୍ଷରୁ ଏକ ପିଟିସନ ଦାୟର ହୋଇଛି ।

କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଦଶମ ପରୀକ୍ଷା ମାର୍କ ଭିତ୍ତିରେ ମୂଲ୍ୟାୟନ ହେବାକୁ ନିଷ୍ପତ୍ତି ହୋଇଛି । ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ୍‌ ଭିତ୍ତିରେ ହେବ । ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେ ହେବ । ପୂର୍ବଥର +୨ ପରୀକ୍ଷା ଦେଇଥିଲେ ପାସ୍ କରିଥିବା ବିଷୟ ଭିତ୍ତିରେ ମାର୍କିଂ ହେବ । ଏହାସହ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀଙ୍କ ମୂଲ୍ୟାୟନ ବେଳେ ପ୍ରାକ୍ଟିକାଲ୍ ବା ପ୍ରୋଜେକ୍ଟକୁ ମଧ୍ୟ ହିସାବକୁ ନିଆଯିବ । ତେବେ ରେଜଲ୍ଟ ବାହାରିବା ପରେ ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନଥିବେ, ସେମାନେ ପରେ ପରୀକ୍ଷା ଦେଇପାରିବେ ।

Leave A Reply

Your email address will not be published.