Latest Odisha News

BREAKING NEWS

ଦ୍ୱିତୀୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ ଟିକାକରଣ । ପ୍ରଥମ ପର୍ଯ୍ୟାୟରେ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯାଉଛି ଟିକା । ଖୁବଶୀଘ୍ର ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ଟିକା ନେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀମାନଙ୍କ ସହ ପୂର୍ବରୁ ବୈଠକ ନେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏ ନେଇ ସୂଚନା ଦେଇଛନ୍ତି । ୫୦ ବର୍ଷ କିମ୍ବା ଅଧିକ ବୟସର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଟିକା ପ୍ରଦାନ କରାଯିବା ନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ଏହି ଟିକାକରଣରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ବ୍ୟତିତ ସମସ୍ତ ସାଂସଦ, ବିଧାୟକ ମଧ୍ୟ ଟିକା ନେବେ । କିନ୍ତୁ ବୟସ ୫୦ରୁ ଅଧିକ ହୋଇଥିବା ଆବଶ୍ୟକ । ପ୍ରଥମ ପର୍ଯ୍ୟାୟ ଟିକାକରଣରେ ୭ ଲକ୍ଷ କରୋନା ଯୋଦ୍ଧାଙ୍କ ପାଇଁ ଭ୍ୟାକ୍ସିନ ପ୍ରସ୍ତୁତ କରାଯାଇଥିଲା । ସେପଟେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ କେବେ ଆରମ୍ଭ କରାଯିବ ସେନେଇ ତାରିଖ ଘୋଷଣା ହୋଇନାହିଁ ।

ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଏବଂ ଅନେକ ବିଶିଷ୍ଟ ବ୍ୟକ୍ତି ବିଶେଷ ଟିକା ଗ୍ରହଣ କରିବେ । ସେହିପରି ତୃତୀୟ ପର୍ଯ୍ୟାୟରେ ୫୦ ବର୍ଷରୁ ଅଧିକ ବୟସର ସେନା କର୍ମଚୀରୀ, ଅର୍ଦ୍ଧସାମରିକ ବଳ ଏବଂ ଯବାନଙ୍କୁ ଟିକା ପ୍ରଦାନ କରାଯିବା ନେଇ ନିଷ୍ପତି ହୋଇଛି ।

Leave A Reply

Your email address will not be published.