Latest Odisha News

BREAKING NEWS

ହିମାଚଳ ବସ୍ ଦୁର୍ଘଟଣା ମୃତକଙ୍କ ପରିବାରକୁ ମିଳିବ ଦୁଇ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା

ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ହିମାଚଳ ପ୍ରଦେଶର କୁଲୁ ଜିଲ୍ଲାରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା 16 ଜଣ ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍‍ଏନଆରଏଫ୍‍)ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ୨ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୁ ଟୁଇଟ କରି କହିଛନ୍ତି “ହିମାଚଳ ପ୍ରଦେଶର କୁଲୁରେ ବସ୍ ଦୁର୍ଘଟଣା ଅତ୍ୟନ୍ତ ହୃଦୟ ବିଦାରକ ଅଟେ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରମାନଙ୍କ ସହିତ ଅଛି । ମୁଁ ଆଶା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ । ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛି । ହିମାଚଳ ପ୍ରଦେଶରେ ଘଟିଥିବା ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ପ୍ରଧାନ ମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍‍ଏନଆରଏଫ୍‍)ରୁ ୨ଲକ୍ଷ ଟଙ୍କା କରି ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ମଞ୍ଜୁର କରିଛନ୍ତି । ଆହତ ମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ  ବୋଲି କହିଛନ୍ତି । ଏହି ଦୁଃଖଦ ଖବର ଶୁଣିବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.