Latest Odisha News

BREAKING NEWS

ବାତ୍ୟା ମୁକାବିଲା ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପକୂଳ ଆଡକୁ ଭୀଷଣ ବେଗରେ ମାଡି ଆସୁଛି ବାତ୍ୟା ‘ଦାନା’ । ଏବେ ପାରାଦୀପ ଠାରୁ ୮୦ କିଲୋମିଟର ଏବଂ ଧାମରା ଠାରୁ ୧୧୦ କିଲୋମିଟର ଦୂରରେ ରହିଛି ‘ଦାନା’ । ଘଣ୍ଟାକୁ ୧୦ରୁ ୧୨ କିମି ବେଗରେ ଆଗକୁ ବଢୁଛି ଏହି ସାମୁଦ୍ରିକ ଝଡ଼ ।

ତେବେ ବାତ୍ୟା ‘ଦାନା’ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋଚନା କରିଛନ୍ତି ।

ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ସୂଚନା ଦେଇଥିଲେ । ଏହାସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ସୁରକ୍ଷା ବଳ, ଏନଡିଆରଏଫ, ଓଡ୍ରାଫ ଆଦି ମୁତୟନ ସମ୍ପର୍କରେ ଅବଗତ କରାଇଥିଲେ ।

ଆଜି ଅପରାହ୍ନ ଓ ସନ୍ଧ୍ୟାରେ ଦୁଇ ଥର ପ୍ରଧାନମନ୍ତ୍ରୀ ମୋଦି ଟେଲିଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ବିଚାରବିମର୍ଶ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରସ୍ତୁତି ବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସନ୍ତୋଷ ବ୍ୟକ୍ତ କରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

 

Leave A Reply

Your email address will not be published.