Latest Odisha News

BREAKING NEWS

ବୈଷ୍ଣୋ ଦେବୀ ମନ୍ଦିର ଦଳାଚକଟାରେ ମୃତାହତଙ୍କୁ ଅନୁକମ୍ପା ସହାୟତା ଘୋଷଣା

ନୂଆଦିଲ୍ଲୀ: ବୈଷ୍ଣୋ ଦେବୀ ମନ୍ଦିରରେ ଦଳାଚକଟା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିବା ସହ ସମବେଦନା ଜଣାଇଛନ୍ତି । ଆହତଙ୍କ ଦ୍ରୁତ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ସେହିପରି ଜମ୍ମ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଓ ଆହତଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି । ମନ୍ଦିର ବୋର୍ଡ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବ । ଘଟଣା ବାବଦରେ ସେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.