ଦାର୍ଜିଲିଂ: ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲ୍ଲାରେ ପୁଣି ଏକ ବଡ ଟ୍ରେନ ଟ୍ରାଜେଡି | କଞ୍ଚନଜୁଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ । ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁଅଧିକ ଆହତ ହୋଇଛନ୍ତି । ତେବେ ଆଗକୁ ମୃତାହତଙ୍କ ସଂଖ୍ୟା ବଢ଼ିବାର ସମ୍ଭାବନା ରହିଛି ।
ଏହାରି ଭିତରେ ଟ୍ରେନ ଟ୍ରାଜେଡିରେ ମୃତାହତ ହୋଇଥିବା ଯାତ୍ରୀଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି | ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି | ମୃତ ଯାତ୍ରୀଙ୍କ ପରିବାର ଲୋକଙ୍କୁ ୨ ଲକ୍ଷ ଏବଂ ଆହତ ପରିବାରଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରାଯାଇଛି |
ସୂଚନାଯୋଗ୍ୟ, ସୋମବାର କଞ୍ଚନଜୁଙ୍ଗା ଏକ୍ସପ୍ରେସ ବଙ୍ଗଳାର ନୂଆ ଜଲପାଇଗୁରୀ ରେଳ ଷ୍ଟେସନରୁ ଯାତ୍ରା ଆରମ୍ଭ କରିବାର କିଛି ସମୟ ପରେ ଦୁର୍ଘଟଣା ଗ୍ରସ୍ତ ହୋଇଛି । କୋଲକତାର ସିଲଦା ଷ୍ଟେସନକୁ ଯାତ୍ରା କରୁଥିବା ବେଳେ ପଶ୍ଚିମବଙ୍ଗର ସିଲିଗୁରି ଜିଲ୍ଲା ଠାରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି | ସିଲିଗୁରିର ରଙ୍ଗାପାନି ଷ୍ଟେସନରେ ଏକ ମାଲବାହୀ ଟ୍ରେନ୍ ପଛପଟୁ ଧକ୍କା ଦେଇଥିଲା। ଫଳରେ ୩ଟି ବଗି କ୍ଷତିଗ୍ରସ୍ତ ହୋଇଛି | ଏଯାବତ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି| ଏହାସହିତ ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି ।
BREAKING NEWS
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
- Budget2026: ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
- Union Budget 2026: ଜାଣନ୍ତୁ…କ’ଣ ମହଙ୍ଗା, କ’ଣ ଶସ୍ତା?
- Union Budget 2026: ଶସ୍ତା ହେବ କର୍କଟ, ମଧୁମେହ ଏବଂ ଅଟୋଇମ୍ମ୍ୟୁନ୍ ରୋଗର ଔଷଧ…
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
- Budget 2026: ବଜେଟ ୨୦୨୬: ଏପ୍ରିଲ ୧ରୁ ନୂଆ ଆୟକର ନିୟମ
- Rare Earth Corridors In Odisha: ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା, ନିର୍ମାଣ ହେବ ବିରଳ ପୃଥିବୀ ଖଣିଜ ପଦାର୍ଥ କରିଡର
Comments are closed.