Latest Odisha News

ଜଲପାଇଗୁଡ଼ି ଦୁର୍ଘଟଣା ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଜଲପାଇଗୁଡ଼ି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତାହତଙ୍କ ଉଦ୍ଦେଶ୍ୟରେ ସହାୟତା ରାଶି ଘୋଷଣା କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କୁ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ମିଳିବ । ଜଲପାଇଗୁଡ଼ି ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ୧୮ ଜଣ ।

Leave A Reply

Your email address will not be published.