Latest Odisha News

BREAKING NEWS

ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ବୈଠକ ପରେ ଆକାଶ ମାର୍ଗରୁ ବୁଲି ଦେଖିବେ ବାତ୍ୟାଞ୍ଚଳ

ଭୁବନେଶ୍ୱର: ବାତ୍ୟା ‘ୟାସ୍’ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପାଇଁ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଏସଆସି ପ୍ରଦୀପ ଜେନା, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ଅଛନ୍ତି । ପିଏମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବିମାନବନ୍ଦରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

PM Modi Arrived In Bhubaneswar To Visit Cyclone Affected Area Of Odisha

ବାତ୍ୟା କ୍ଷୟକ୍ଷତି ସମୀକ୍ଷା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚିଛନ୍ତି । ବାତ୍ୟା ‘ୟାସ୍’ କ୍ଷୟକ୍ଷତି ନେଇ ପ୍ରଧାନମନ୍ତ୍ରୀ ରାଜ୍ୟର ଅଧିକାରୀମାନଙ୍କ ସହ ଘଣ୍ଟାଏ ଧରି ଆଲୋଚନା କରିବେ । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଦେଖିବେ ।

PM Modi Arrived In Bhubaneswar To Visit Cyclone Affected Area Of Odisha

ଏହାପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ଯାଇ ପୂର୍ବ ମେଦିନାପୁରରେ ବାତ୍ୟା କ୍ଷୟକ୍ଷତି ଆକଳନ କରିବା ପରେ ରାଜ୍ୟ ସରକାର ସହ ସମୀକ୍ଷା କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ବାତ୍ୟା ପ୍ରଭାବିତ ଭଦ୍ରକ, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଜିଲ୍ଲାକୁ ଆକାଶ ମାର୍ଗରୁ ବୁଲି ଦେଖିଥିଲେ । ସନ୍ଧ୍ୟାରେ ଅଧିକାରୀମାନଙ୍କ ସହ ବୈଠକ ପରେ ୭ ଦିନ ମଧ୍ୟରେ ଘର ଭଙ୍ଗା କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.