ନୂଆଦିଲ୍ଲୀ: ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ରୋଜଗାର ମେଳା ଜରିଆରେ ଭିଡିଓ କନଫରେନସିଂ ମାଧ୍ୟମରେ ମୋଟ ୫୧ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ତେବେ ଏହି ରୋଜଗାର ମେଳାରେ ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ଏଭଳି କାର୍ଯ୍ୟକ୍ରମ ଆରମ୍ଭ କରିଥିବା ବେଳେ ଏଥିରେ ଚୟନ କରାଯାଉଥିବା ଯୁବକ ଯୁବତୀଙ୍କୁ ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା, ସୌରାଷ୍ଟ୍ର ମନ୍ତ୍ରଣାଳୟ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଭଳି ମନ୍ତ୍ରଣାଳୟରେ ସାମିଲ କରାଯିବ ।
ଏଥିସହିତ ଆଜି ଦେଶର ପ୍ରାୟ ୪୦ ଟି ସ୍ଥାନରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି । ଭୁବନେଶ୍ବରରେ ଅନୁଷ୍ଠିତ ହୋଇଥିବା ରୋଜଗାର ମେଳାରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି ।
Comments are closed.