ଲକ୍ଷ୍ନୋ : ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନାମାଙ୍କନ ପାଇଁ ବାରାଣସୀର ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଗଙ୍ଗାରେ ପୂଜାର୍ଚ୍ଚନା କରିଥିଲେ ପ୍ରଧାନମନ୍ତ୍ରୀ । ବାରାଣସୀର ଦଶାଶ୍ବମେଧ ଘାଟରେ ମଧ୍ୟ ପୂଜାର୍ଚ୍ଚନା କରିଥିଲେ । ନାମାଙ୍କନ ଭରିବା ପୂର୍ବରୁ କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା କରି ବାରାଣସୀର ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ ମୋଦି ।
ଆଜିର ଦିନ ପ୍ରଧାନମନ୍ତ୍ରୀଙ୍କ ପାଇଁ ହେଉଛି ବହୁତ ବଡ଼ ଦିନ। ତୃତୀୟ ଥର ପାଇଁ ଏଠାରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ । ପ୍ରାର୍ଥିପତ୍ର ଦାଖଲ ସମୟରେ ମୋଦିଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ,୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୩୬ ଭିଆଇପି ମଧ୍ୟ ଉପସ୍ଥିତ ରହିଥିଲେ । ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥଲେ ।
ଗତକାଲି ନରେନ୍ଦ୍ର ମୋଦି ବାରାଣାସୀରେ ବିଶାଳ ରୋଡ ଶୋ କରିଥିଲେ। ଏହି ରୋଡ ଶୋ’ରେ ହଜାର ହଜାର କର୍ମକର୍ତ୍ତା ସାମିଲ ହୋଇ ବିଜେପିର ଶକ୍ତି ପ୍ରଦର୍ଶନ କରିଥିଲେ। ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରଣାସୀରେ ମତଦାନ ରହିଛି । ଏଥିପାଇଁ ନାମାଙ୍କନ ପ୍ରକ୍ରିୟା ୭ତାରିଖରୁ ଆରମ୍ଭ ହୋଇଥିବା ବେଳେ ଆଜି ଶେଷ ତାରିଖ ରହିଛି।
Comments are closed.