Latest Odisha News

BREAKING NEWS

‘ଅଟଳ ଟନଲ’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ହିମାଚଳପ୍ରଦେଶ: ଲୋକାର୍ପିତ ହେଲା ବହୁ ପ୍ରତିକ୍ଷିତ ଅଟଳ ଟନେଲ । ହିମାଚଳ ପ୍ରଦେଶର ରୋହତାଙ୍ଗରେ ସ୍ୱତନ୍ତ୍ର ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଅଟଳ ଟନେଲର ଶୁଭାରମ୍ଭ କରିଛନ୍ତି । ଏହି ସ୍ୱତନ୍ତ୍ର ଉତ୍ସବରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ସାମିଲ ଥିଲେ ।

୧୦ ବର୍ଷ ପରେ ଟନେଲ ପ୍ରସ୍ତୁତ ହୋଇଛି । ଏହି ଟନେଲ ନିର୍ମାଣରେ ୩ ହଜାର ୨୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ୧୦ ହଜାର ୧୭୧ ଫୁଟ ଉଚ୍ଚରେ ତିଆରି ହୋଇଥିବା ଏହି ଟନେଲ ରୋହଟାଙ୍ଗ ପାସ୍ ସହିତ ସଂଯୋଗ କରି ନିର୍ମାଣ କରାଯାଇଛି ।

ଏହି ଟନେଲ ଦୁନିଆର ସବୁଠାରୁ ଉଚ୍ଚ ଏବଂ ଲମ୍ବା ସଡକ ସୁଡ଼ଙ୍ଗ ପଥ । ଏହାର ଲମ୍ବ ୯ କିମି  ଏବଂ ଦୈର୍ଘ୍ୟ ୧୦ ମିଟର । ଏହି ସୁଡ଼ଙ୍ଗ ଦ୍ୱାରା ମନାଲି ଓ ଲେହ ମଧ୍ୟରେ ଦୂରତା ୪୬ କିମି କମ ହୋଇଯିବ । ଏହି ସୁଡ଼ଙ୍ଗ ଭିତରେ ଯେକୌଣସି ବାହନ ଘଣ୍ଟା ପ୍ରତି ୮୦ କିମି ବେଗରେ ଗତି କରିପାରିବ । ଏହି ସୁଡ଼ଙ୍ଗ ନିର୍ମାଣ କାମ ୨୦୧୦ ମସିହା ଜୁନ ୨୮ ତାରିଖରେ ଆରମ୍ଭ ହୋଇଥିଲା ।

Leave A Reply

Your email address will not be published.