Latest Odisha News

BREAKING NEWS

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ବଲାଙ୍ଗୀରରେ ୧୫୫୦ କୋଟି ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟିତ

ବଲାଙ୍ଗୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ଦିନିକିଆ ଓଡ଼ିଶା ଗସ୍ତରେ ବଲାଙ୍ଗୀରରେ ପହଞ୍ଚିଛନ୍ତି । ବଲାଙ୍ଗୀରଠାରେ ପ୍ରଧାନମନ୍ତ୍ରୀ ମୋଦୀ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ୧୫୫୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ବଲାଙ୍ଗୀରରେ ପହଞ୍ଚି ସ୍ଥାନୀୟ ରେଳଷ୍ଟେସନ ନିକଟରେ ଆୟୋଜିତ ଏକ ଉତ୍ସବରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବା ସହିତ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି ।

ଜନସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ପୂର୍ବ ଭାରତର ବିକାଶ ସହିତ ଓଡ଼ିଶାର ବିକାଶ ଲାଗି କେନ୍ଦ୍ର ସରକାର ନିରନ୍ତର ଉଦ୍ୟମ ଚଳାଇଛନ୍ତି । ପଶ୍ଚିମ ଓଡ଼ିଶ।।ର ଶିକ୍ଷା, ଯୋଗାଯୋଗ ଓ ସାଂସ୍କୃତିକ ତଥା ପର୍ଯ୍ୟଟନ କ୍ଷେତ୍ରରେ ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ କେନ୍ଦ୍ର ସରକାର ନିରନ୍ତର ଉଦ୍ୟମ ଅବ୍ୟାହତ ରଖିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଏହି ବଲାଙ୍ଗୀର ଗସ୍ତ ଅବସରରେ ବଲାଙ୍ଗୀର-ବିଚ୍ଛୁପାଲ୍ଲୀ ରେଳଷ୍ଟେସନ ମଧ୍ୟରେ ନୂଆ ରେଳପଥ ଉଦଘାଟନ କରିବା ସହିତ ସବୁଜ ପତାକା ଦେଖାଇ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ସାଂସଦ କଲିକେଶ ସିଂହଦେଓ ପ୍ରମୁଖ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.