Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ମୋଦିଙ୍କୁ ଭେଟିଲେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଦିଲ୍ଲୀ : ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ । ଓଡ଼ିଶା ଭବନରେ ପହଞ୍ଚି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଦ୍ରୌପଦୀ ଭେଟିଥିବା ସୂଚନା ମିଳିଛି। ଆସନ୍ତାକାଲି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ। ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ମିଳିତ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ସହ ଦ୍ରୌପଦୀଙ୍କର ହେବ ଲଢେଇ। ସଂଖ୍ୟା ଗଣିତକୁ ଦେଖିଲେ ଦ୍ରୌପଦୀଙ୍କ ବିଜୟ ସମ୍ଭାବନା ଅଧିକ ରହିଛି ।

ପ୍ରଧାନମନ୍ତ୍ରୀ ମୋଦୀ ନିଜର ଟ୍ବିଟରରେ ଲେଖିଛନ୍ତି, ଦ୍ରୌପଦୀ ମୁର୍ମୁଜୀଙ୍କୁ ସାକ୍ଷାତ କଲି। ତାଙ୍କ ରାଷ୍ଟ୍ରପତିଙ୍କ ନାମାଙ୍କନକୁ ସମାଜର ସମସ୍ତ ବର୍ଗର ଭାରତୀୟମାନେ ପ୍ରଶଂସା କରିଛନ୍ତି। ତୃଣମୂଳ ସ୍ତରର ସମସ୍ୟା ଏବଂ ଭାରତର ବିକାଶ ପାଇଁ ତାଙ୍କର ଦୃଷ୍ଟିକୋଣ ଉଲ୍ଲେଖନୀୟ।

ଦ୍ରୌପଦୀ ମୁର୍ମୁ ସକାଳ ୯ଟା ୪୦ରେ ବିମାନବନ୍ଦରରୁ ବିସ୍ତାର ଏୟାରଲାଇନ୍ସ ବିମାନରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ଶ୍ରୀମତୀ ମୁର୍ମୁ ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ଓଡ଼ିଶା ଭବନରେ ରହିବେ । ନାମାଙ୍କନପତ୍ର ଦାଖଲ କରି ସାରିବା ପରେ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ସମ୍ଭାବନା ରହିଛି । ହେଲେ ଏ ସଂପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

ଏଥିପୂର୍ବରୁ  ଓଡ଼ିଶା ଭବନରେ ଶ୍ରୀମତୀ ମୁର୍ମୁଙ୍କ ରହିବା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡି ଓ କିଛି ବରିଷ୍ଠ ଅଧିକାରୀ ଓଡ଼ିଶା ଭବନରେ ପହଞ୍ଚି ରହିବା ପାଇଁ କି ଭଳି ବ୍ୟବସ୍ଥା ରହିଛି ସେ ନେଇ ଓଡ଼ି‌‌ଶା ଭବନ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ।

Leave A Reply

Your email address will not be published.