Latest Odisha News

BREAKING NEWS

ଡ୍ରୋନ ଦିଦିର ହେଲା ଶୁଭାରମ୍ଭ, ‘ଜୟ ଜଗନ୍ନାଥ’ କହି ଓଡିଆ ହିତାଧିକାରୀ ଚାଷୀଙ୍କୁ ଅଭିବାଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଡ୍ରୋନ ଦିଦିର ହେଲା ଶୁଭାରମ୍ଭ । ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ‘ବିକାଶ ଭାରତ ସଙ୍କଳ୍ପ ଯାତ୍ରା’ର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭିଡିଓ କନଫରେନ୍ସିଂ ଜରିଆରେ ଏହି ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ । ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ସଚେତନତା ସୃଷ୍ଟି କରିବା ।

ପ୍ରଧାନମନ୍ତ୍ରୀ ଦେଶର କମ୍ ଦରରେ ଉତ୍ତମ ଔଷଧ ଯୋଗାଉଥିବା ଜନ ଔଷଧି କେନ୍ଦ୍ରର ସଂଖ୍ୟାକୁ ୧୦,୦୦୦ ରୁ ୨୫,୦୦୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ୍ ଯୋଗାଇବା ଏବଂ ଜନ ଔଷଧି କେନ୍ଦ୍ରସଂଖ୍ୟା ୧୦,୦୦୦ରୁ ୨୫,୦୦୦କୁ ବୃଦ୍ଧି କରିବା ଭଳି ଏହି ଦୁଇଟି ପଦକ୍ଷେପ ବିଷୟରେ ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଛନ୍ତି।

ଏହି କାର୍ଯ୍ୟକ୍ରମ ଅବସରେ ଓଡ଼ିଶାର ରାୟଗଡ଼ା ଜିଲ୍ଲାର ଚାଷୀ ପୂର୍ଣ୍ଣଚନ୍ଦ୍ର ବେନିଆଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନାଥ’ କହି ଅଭିବାଦନ ଜଣାଇଥିଲେ। ଶ୍ରୀ ବେନିଆ ଏକାଧିକ ସରକାରୀ ଯୋଜନାର ହିତାଧିକାରୀ। ଉଜ୍ଜ୍ୱଳା ଭଳି ଯୋଜନାରେ କିପରି ତାଙ୍କ ଜୀବନ ବଦଳିଲା ସେ ବିଷୟରେ ହିତାଧିକାରୀ ବର୍ଣ୍ଣନା କରିଥିଲେ । ଚାଷୀ ଜଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ ଯେ ବର୍ତ୍ତମାନ ସେ ତାଙ୍କ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତର ସ୍ୱପ୍ନ ଦେଖିବା ପାଇଁ ଆତ୍ମବିଶ୍ୱାସ ଅନୁଭବ କରୁଛନ୍ତି । ତାଙ୍କ ସୁବିଧା ପାଇଁ ଆଗକୁ କେଉଁ ସବୁ ଯୋଜନା ଉପଲବ୍ଧ ଅଛି ସେ ବିଷୟରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସହିତ ଥିବା ଅଧିକାରୀମାନଙ୍କ ଠାରୁ ପଚାରି ବୁଝିବା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ କହିଥିଲେ।

 

 

Comments are closed.