Latest Odisha News

ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ । ଏନେଇ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳରେ ପହଁଞ୍ଚିବା ପରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସମାଧୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ।

ଏହି ଅବସରରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା , କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ,ନିର୍ମଳା ସୀତା ରମଣ, ପିୟୁଷ ଗୋଏଲ ପ୍ରମୁଖ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ । ଆମେ ଅଟଳି ଜୀ ଙ୍କୁ ମନେ ରଖିଛୁ । ଦେଶ ପାଇଁ ତାଙ୍କ ଅବଦାନ ଅତୁଳନୀୟ । ଦେଶରେ ବିକାଶରେ ନିଜ ଜୀବନକୁ ଉତ୍ସର୍ଗୀକୃତ କରଥିବା ପ୍ରତିଭା ହେଉଛନ୍ତି ଅଟଳ ଜୀ । ତାଙ୍କ ବିକାଶ ମୂଳକ ପଦକ୍ଷେପ ଯୋଗୁଁ ଲକ୍ଷ ଲକ୍ଷ ଭାରତ ବାସୀ ତାଙ୍କୁ ମନେ ରଖିଛନ୍ତି ବୋଲି ମୋଦି କହିଛନ୍ତି ।

Comments are closed.