ନୂଆଦିଲ୍ଲୀ: ଦିଲ୍ଳୀ ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି- । ଦିଲ୍ଳୀ ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକି ରହିଥିବା ବେଳେ ସୋମବାର ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପ୍ରଧାନମନ୍ତ୍ରୀ । ଦିଲ୍ଲୀର କରକରଡୁମାଠାରେ ସେ ପ୍ରଚାର କରିଛନ୍ତି । ଏହି ଅବସରରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ସେ ସିଧାସଳଖ କେଜ୍ରିୱାଲ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ବିଗତ କିଛିଦିନ ଧରି ନାଗରିକତା ସଂଶୋଧନ ଆଇନକୁ ନେଇ ଦିଲ୍ଳୀର ସିଲମପୁର, ଜାମିଆ ବା ସାହିନବାଗରେ ବିକ୍ଷୋଭ ପ୍ରଦର୍ଶନ ଚାଲିଛି । ତେବେ ଏହା କୌଣସି ସଂଯୋଗ ନୁହେଁ । ଏଗୁଡିକ ପଛରେ ଏକ ପ୍ରକାରର ଷଡଯନ୍ତ୍ର ତଥା ରାଜନୀତି ରହିଛି । ଏଗୁଡିକ ଦେଶକୁ ବଦ୍ନାମ କରିବାକୁ ପ୍ରୟାସ ଚାଲିଛି । ଏଥିରେ ଆମ୍ ଆଦ୍ମୀ ପାର୍ଟି ଓ କଂଗ୍ରେସ ରାଜନୀତି କରୁଛି ବୋଲି ମୋଦି କହିଛନ୍ତି ।
ନିଜର ଏହି ଭାଷଣରେ ମୋଦି ଧାରା ୩୭୦ ଉଚ୍ଛେଦ ଓ କର୍ତ୍ତାରପୁର କରିଡର ନିର୍ମାଣ ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି । ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ, ଫେବୃଆରୀ ୧୧ ପରେ ଦିଲ୍ଲୀରେ ବିଜେପି ସରକାର ଗଢ଼ିବ ଏବଂ ବିକାଶକୁ ଗତି ମିଳିବ । ୨୦୨୨ ସୁଦ୍ଧା ଦେଶର ସବୁ ଗରିବ ପରିବାର ପାଖରେ ପକ୍କା ଘର ଥିବ । ଦିଲ୍ଳୀର ବିକାଶ ପାଇଁ ବିଜେପି ପ୍ରତିଶ୍ରୁତିବଦ୍ଧ । ଦିଲ୍ଲୀରେ ଥିବା ଅବୈଧ କଲୋନୀଗୁଡିକୁ ନିୟମିତ କରାଯାଇଛି । ସେଗୁଡିକର ବିକାଶ ପାଇଁ ଏକ ବିକାଶ ବୋର୍ଡ ପ୍ରତିଷ୍ଠା କରାଯାଇଛି । ଏଥିସହ ମୋଦି ଦିଲ୍ଳୀର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଇଥିବା ବିକାଶମୂଳକ କାମର ଉପଲବ୍ଧି ମଧ୍ୟ ବଖାଣିଛନ୍ତି ।
BREAKING NEWS
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
Comments are closed.