Latest Odisha News

BREAKING NEWS

ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରୟାଗରାଜ: ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି। ପୂଜାର୍ଚ୍ଚନା ପରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ । ମୋଦୀଙ୍କ ଗସ୍ତ ପାଇଁ ସଙ୍ଗମ ସ୍ଥଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସୂଚନା ଅନୁସାରେ, ଆଜି ପବିତ୍ର ମାଘ ଅଷ୍ଟମୀରେ ପ୍ରୟାଗରାଜ ମହାକୁମ୍ଭରେ ପହଞ୍ଚି ପ୍ରଥମେ ନୌକାବିହାର କରିଥିଲେ ପ୍ରଧାନମନ୍ତ୍ରୀ। ଏହାପରେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି ମୋଦି । ଏହାପରେ ଆଖଡା ସାଧୁସନ୍ଥଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଡଙ୍ଗାରେ ବସି ଅରେଲ ଘାଟ ଫେରିବେ ମୋଦି । ଏଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ହୋଇ ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ । ଏହାପରେ ବାୟୁସେନାର ବିମାନ ଯୋଗେ ପ୍ରୟାଗରାଜରୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ପ୍ରଧାନମନ୍ତ୍ରୀ ମୋଦି ।

ସୂଚନାଯୋଗ୍ୟ, ମହାକୁମ୍ଭ ହେଉଛି ବିଶ୍ୱର ସର୍ବବୃହତ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ । ଜାନୁଆରୀ ୧୩ ପୌଷ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ଏହି ମହାକୁମ୍ଭ ଫେବୃଆରୀ ୨୬ ମହାଶିବରାତ୍ରି ପର୍ଯ୍ୟନ୍ତ ଚାଲିବ। ସାରା ବିଶ୍ୱରୁ ଭକ୍ତ ଏଥିରେ ସାମିଲ ହେଉଥିବା ବେଳେ ଗତକାଲି ଭୁଟାନ ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ ମଧ୍ୟ ତ୍ରିବେଣୀ ସଙ୍ଗମରେ ପହଞ୍ଚି ପବିତ୍ର ସ୍ନାନ କରିଛନ୍ତି । ମହାକୁମ୍ଭରେ ଏପର୍ଯ୍ୟନ୍ତ ୩୭କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇ ସାରିଲେଣି।

Comments are closed.