Latest Odisha News

BREAKING NEWS

ଆଜି ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମୋଦୀ

ନୂଆଦିଲ୍ଲୀ: ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବଡ ବୈଠକ କରିପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସନ୍ଧ୍ୟା ୪.୩୦ରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଦେଶରେ ଦୈନିକ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ପିଏମ ମୋଦୀଙ୍କର ଏକ ସପ୍ତାହ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ପ୍ରମୁଖ ବୈଠକ।

ଓମିକ୍ରନ୍ ଯୋଗୁ ଅନେକ ରାଜ୍ୟରେ ରାତ୍ରି କର୍ଫ୍ୟୁ ଲାଗୁ କରାଯିବା ସହିତ ବିଭିନ୍ନ ସମାବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି।

ବୁଧବାର ଦିନ ଦେଶରେ ୧ ଲକ୍ଷ ୯୪ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରିପୋର୍ଟ ହୋଇଥିଲା।

Comments are closed, but trackbacks and pingbacks are open.