Latest Odisha News

BREAKING NEWS

ରୋଜଗାର ମେଳା, ୫୧ ହଜାର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଅନୁଷ୍ଠିତ ହେବ ପ୍ରଧାନମନ୍ତ୍ରୀଙ୍କ ରୋଜଗାର ମେଳା । ଏଥର ରୋଜଗାର ମେଳାରେ ୫୧ ହଜାର ନବନିଯୁକ୍ତ ସରକାରୀ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ । ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶର ୪୦ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ ।

ଏହି ପଦକ୍ଷେପ ଜରିଆରେ କେନ୍ଦ୍ର ସରକାରଙ୍କ ବିଭାଗ ଏବଂ ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି । ଦେଶବ୍ୟାପୀ ଚୟନ ହୋଇଥିବା ନବ ନିଯୁକ୍ତ କର୍ମଚାରୀମାନେ ରାଜସ୍ୱ ବିଭାଗ, ଆଣବିକ ଶକ୍ତି ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ମନ୍ତ୍ରଣାଳୟର ବିଭିନ୍ନ ପଦବୀରେ ଯୋଗ ଦେବେ।

ରୋଜଗାର ମେଳା ହେଉଛି ଦେଶରେ ରୋଜଗାର ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କରିବ ଏବଂ ଜାତୀୟ ବିକାଶରେ ଯୁବକମାନଙ୍କ ସଶକ୍ତୀକରଣ ଏବଂ ପ୍ରତ୍ୟକ୍ଷ ଅଂଶଗ୍ରହଣ ପାଇଁ ଲାଭଦାୟକ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଥିରେ ‘ଯେକୌଣସି ସ୍ଥାନରେ ଯେକୌଣସି ଡିଭାଇସ୍’ ଶିକ୍ଷଣ ଫର୍ମାଟ ପାଇଁ ୮୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

Comments are closed.