Latest Odisha News

BREAKING NEWS

ଆସନ୍ତାକାଲି ଅନୁଷ୍ଠିତ ହେବ ରୋଜଗାର ମେଳା, ୫୧,୦୦୦ କର୍ମଚାରୀଙ୍କୁ ମିଳିବ ନିଯୁକ୍ତିପତ୍ର

ନୂଆଦିଲ୍ଲୀ: ଆସନ୍ତାକାଲି ଅନୁଷ୍ଠିତ ହେବ ରୋଜଗାର ମେଳା । ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ପାଖାପାଖି ୫୧,୦୦୦ କର୍ମଚାରୀମାନଙ୍କୁ ବାଣ୍ଟିବେ ନିଯୁକ୍ତି ପତ୍ର । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ ମାନଙ୍କୁ ସମ୍ବୋଧିତ କରିବେ ।

ଆସନ୍ତାକାଲି ସାରା ଦେଶରେ ୪୬ଟି ସ୍ଥାନରେ ଅନୁଷ୍ଠିତ ହେବ ଏହି ରୋଜଗାର ମେଳା । ଏହି ପଦକ୍ଷେପ ଜରିଆରେ କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ଦିଆଯାଉଛି । ଦେଶବ୍ୟାପୀ ଚୟନ ହୋଇଥିବା ନବନିଯୁକ୍ତ କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଏବଂ ଆକାଉଣ୍ଟସ୍‍ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗ ଦେବେ ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତୀକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ଡିଭାଇସ୍’ ଶିକ୍ଷଣ ଫର୍ମାଟ ପାଇଁ ୬୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି ।

Leave A Reply

Your email address will not be published.