Latest Odisha News

BREAKING NEWS

ସମ୍ମୁଖ ଯୋଦ୍ଧାଙ୍କ ପାଇଁ ‘ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସମ୍ମୁଖ ଯୋଦ୍ଧାଙ୍କ ପାଇଁ ‘ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଆସନ୍ତା ୧୮ ତାରିଖରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୬ଟି ରାଜ୍ୟରେ ଥିବା ୧୧୧ଟି ପ୍ରଶିକ୍ଷଣ କେନ୍ଦ୍ରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ । କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବେ । ଏହି ଅବସରରେ କେନ୍ଦ୍ର ଦକ୍ଷତା ବିକାଶ ମନ୍ତ୍ରୀ ଅଂଶଗ୍ରହଣ କରିବେ ।

ଏହି କାର୍ଯ୍ୟକ୍ରମ ଜରିଆରେ ୧ ଲକ୍ଷରୁ ଅଧିକ କୋଭିଡ ଯୋଦ୍ଧାଙ୍କୁ କୌଶଳ ଓ ଅତିରିକ୍ତ କୌଶଳ ବିଷୟରେ ପ୍ରଶିକ୍ଷଣ ଦିଆଯିବ । ଏହି ଅବସରରେ କୋଭିଡ ଯୋଦ୍ଧାଙ୍କୁ ୬ଟି ଭିନ୍ନ ଭିନ୍ନ ଅନୁକୂଳ ଭୂମିକାରେ ପ୍ରଶିକ୍ଷଣ ଦିଆଯିବ । ସେଗୁଡ଼ିକ ହେଲା ଗୃହ ଚିକିତ୍ସା ସହାୟତା, ମୌଳିକ ଚିକିତ୍ସା ସହାୟତା, ଅତ୍ୟାଧୁନିକ ଚିକିତ୍ସା ସହାୟତା, ଜରୁରିକାଳୀନ ଚିକିତ୍ସା ସହାୟତା, ନମୁନା ସଂଗ୍ରହ ଓ ଚିକିତ୍ସା ଉପକରଣ ସହାୟତା ।

ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ୩.୦ର କେନ୍ଦ୍ରୀୟ ଉପାଦାନ ଅନ୍ତର୍ଗତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଭାବେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପ୍ରସ୍ତୁତ କରାଯାଇଛି । ଏଥିପାଇଁ ମୋଟ ୨୭୬ କୋଟି ଟଙ୍କା ବ୍ୟୟ କରାଯିବ । ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବର୍ତ୍ତମାନ ଓ ଭବିଷ୍ୟତର ମାନବ ସମ୍ବଳ ଆବଶ୍ୟକତା ପୂରଣ କରିବା ଲାଗି ଏହି କାର୍ଯ୍ୟକ୍ରମ ଦକ୍ଷ ଅଣଚିକିତ୍ସା ସ୍ବାସ୍ଥ୍ୟକର୍ମୀ ସୃଷ୍ଟି କରିବ ।

Leave A Reply

Your email address will not be published.