ନୂଆଦିଲ୍ଲୀ: ଆସନ୍ତା ୧୬ ତାରିଖରେ କରୋନା ବିରୋଧୀ ଲଢ଼େଇରେ ବଡ଼ ଅଭିଯାନ ଆରମ୍ଭ କରିବ ଭାରତ । ଦେଶବ୍ୟାପୀ ଆରମ୍ଭ ହେବ କୋଭିଡ୍ ଟିକାକରଣ । ତାପୂର୍ବରୁ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭର୍ଚୁଆଲରେ ଏହି ବିଚାରବିମର୍ଶ ହେବ । ଦେଶରେ କରୋନାର ସ୍ଥିତି ଓ ଟିକାକରଣ ବାବଦରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ମତାମତ ଲୋଡ଼ିବେ ।

ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦିଆଯିବ। ଏହି ପର୍ଯ୍ୟାୟରେ ପ୍ରାୟ ୩ କୋଟି ଲୋକଙ୍କୁ ଦିଆଯିବ ଟିକା । ପରେ ୫୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ପ୍ରାୟ ୨୭ କୋଟି ଲୋକଙ୍କୁ କୋଭିଡ୍ ଟିକା ମିଳିବ ।

ଦେଶରେ ଦୁଇଟି ଟିକାର ଜରୁରୀ ବ୍ୟବହାର ପାଇଁ ସରକାର ଅନୁମତି ଦେଇଛନ୍ତି । ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଓ ଭାରତ ବାୟୋଟେକର କୋଭାକ୍ସିନ ଟିକାକୁ ଅନୁମତି ମିଳିଛି । ଟିକା ସିଧାସଳଖ ଉତ୍ପାଦନକାରୀ କମ୍ପାନୀଠାରୁ ବିଭିନ୍ନ ରାଜ୍ୟକୁ ପଠାଯିବ । ଟିକାକରଣ ପାଇଁ ବି ସବୁ ପ୍ରକାର ପ୍ରସ୍ତୁତି ସରିଛି । ସପଳତାର ସହ ଦୁଇଟି ପର୍ଯ୍ୟାୟରେ ହୋଇଛି ଡ୍ରାଏ ରନ୍ ।
BREAKING NEWS
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
Comments are closed.