Latest Odisha News

BREAKING NEWS

G7 ଶିଖର ସମ୍ମିଳନୀରେ ଭାଗନେବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: G7 ଶିଖର ସମ୍ମିଳନୀରେ ଭାଗନେବେ ପ୍ରଧାନମନ୍ତ୍ରୀ ମୋଦି l G7 ଶିଖର ସମ୍ମିଳନୀକୁ ଆଗକୁ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ଏବଂ ୧୩ ଜୁନରେ ହେବାକୁ ଥିବା ସମ୍ମିଳନୀରେ ଭରଚୁଆଲରେ ଭାଗ ନେବେ l ବିଦେଶ ମନ୍ତ୍ରଣାଳୟ ଦେଲା ସୂଚନା ପୂର୍ବ ମାସରେ ବିଦେଶ ମନ୍ତ୍ରଣାଳୟ ସୂଚନା ଜାରି କରି କହିଥିଲା ଯେ, ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି l ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ G7 ଶିଖର ସମ୍ମିଳନୀରେ ଭାଗନେବା ପାଇଁ ୟୁକେ ଯାଇପାରିବେ ନାହିଁ l

ବ୍ରିଟେନ ଭାରତ ଛଡ଼ା ଅଷ୍ଟ୍ରେଲିଆ, ଦକ୍ଷିଣ କୋରିଆ ଏବଂ ଦକ୍ଷିଣ ଆଫ୍ରିକାକୁ ଏହି ଶିଖର ସମ୍ମିଳନୀରେ ଭାଗ ନେବା ପାଇଁ ଆମନ୍ତ୍ରିତ କରିଛନ୍ତି l ପ୍ରଧାନମନ୍ତ୍ରୀ ମୋଦି ଦ୍ଵିତୀୟ ଥର ପାଇଁ ଏହି ସମ୍ମିଳନୀରେ ଭାଗ ନେବେ l ତେବେ G7 ସମ୍ମିଳନୀ ଜୁନ ୧୧ ରୁ ୧୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଜଣାପଡିଛି l

ଚଳିତ ବର୍ଷ ଏହି ସମ୍ମିଳନୀର ଶୀର୍ଷକ “ପୁଣି ଥରେ ଉତ୍ତମ ନିର୍ମାଣ କରିବା” ବୋଲି ରଖାଯାଇଛି ଏବଂ ବ୍ରିଟେନ୍‍ ଅଧ୍ୟକ୍ଷ ରାଷ୍ଟ୍ର ଭାବେ ଏଥିପାଇଁ ଚାରିଟି ପ୍ରମୁଖ କ୍ଷେତ୍ରକୁ ଚୟନ କରିଛି । ସେଗୁଡ଼ିକ ହେଲା, କରୋନା ମହାମାରୀ ପରବର୍ତ୍ତୀ ସମୟରେ ବୈଶ୍ୱିକ ରିକଭରୀ ପାଇଁ ଗୁରୁତ୍ୱ ପ୍ରଦାନ କରିବା । ଭବିଷ୍ୟତର ଯେକୌଣସି ମହାମାରୀ ନିମନ୍ତେ ସହନଶୀଳ ପନ୍ଥା ଅନୁସରଣ କରିବା , ମୁକ୍ତ ଓ ଉତ୍ତମ ବାଣିଜ୍ୟ କାରବାର ପନ୍ଥା ଆପଣାଇବା ସହିତ ଭବିଷ୍ୟତର ଆର୍ଥିକ ସମୃଦ୍ଧି ନିମନ୍ତେ ପ୍ରୟାସ କରିବା ।

ଏହି ସମ୍ମିଳନୀରେ ଭାଗ ନେଉଥିବା ନେତୃବର୍ଗ ଏହିସବୁ ପ୍ରସଙ୍ଗ ଉପରେ ସେମାନଙ୍କର ମତ ବିନିମୟ କରିବା ସହିତ ମହାମାରୀ ପରେ ବୈଶ୍ୱିକ ରିକଭରୀ ପାଇଁ ଭବିଷ୍ୟତ କାର୍ଯ୍ୟପନ୍ଥା ନିରୂପଣ କରିବା । ସ୍ୱାସ୍ଥ୍ୟ ଓ ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗ ଉପରେ ଅଧିକ ଗୁରୁତ୍ୱର ସହ ଆଲୋଚନା କରିବାର ଆଶା କରାଯାଉଛି ।

ଚଳିତ ଥରକୁ ମିଶାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଥର ପାଇଁ ଜି-୭ ବୈଠକରେ ଯୋଗ ଦେଉଛନ୍ତି । ଫ୍ରାନ୍ସର ଅଧ୍ୟକ୍ଷତା ସମୟରେ ୨୦୧୯ ମସିହାରେ ଭାରତକୁ ବେଆରିଜ୍‍ ଶିଖର ସମ୍ମିଳନୀକୁ “ଗୁଡୱିଲ୍‍ ପାର୍ଟନର” ଭାବେ ଆମନ୍ତ୍ରଣ କରାଯାଇଥିଲା ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସେହି ବୈଠକରେ “ଜଳବାୟୁ, ଜୈବବିବିଧତା ଓ ମହାସାଗର” ଏବଂ “ ଡିଜିଟାଲ ପରିବର୍ତ୍ତନ” ଅଧିବେଶନରେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.