Latest Odisha News

୧୯ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ ରୋଡ ଶୋ’

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଆସନ୍ତା ୧୯ ତାରିଖ ସନ୍ଧ୍ୟାରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ସେହିଦିନ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରିବେ ମୋଦି । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ତେବେ ୧୯ ତାରିଖରେ ଭୁବନେଶ୍ୱରରେ ପହଞ୍ଚି ରାତ୍ରୀଯାପନ କରିବେ । ତା’ ପରଦିନ ଅର୍ଥାତ୍ ୨୦ ତାରିଖରେ ସକାଳୁ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ । ଏହାପରେ ପୁରୀରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି ।

ତାପରେ ଅନୁଗୁଳ ଓ କଟକରେ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ନିର୍ବାଚନ ଭିତରେ ଓଡ଼ିଶା ଗସ୍ତରେ ଆସି ଦଳୀୟ ନେତାଙ୍କ ପାଇଁ ଭୋଟ୍ ମାଗିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Leave A Reply

Your email address will not be published.