Latest Odisha News

BREAKING NEWS

ମୋଦି, ପୁଟିନ ଓ ଜିନପିଙ୍ଗଙ୍କ ଫଟୋ ଭାଇରାଲ, ଆମେରିକା ଚିନ୍ତା… 

ନୂଆଦିଲ୍ଲୀ: ବ୍ରିକ୍ସ ସମ୍ମିଳନୀରେ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଛି।

ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଗତ ୩ ମାସରେ ଦୁଇଥର ଋଷକୁ ଆସିଛି। ଯାହା ଦୁଇ ଦେଶ ମଧ୍ୟରେ ବନ୍ଧୁତ୍ୱର ପ୍ରମାଣ।

ଋଷର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ, ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକାଠି ବସି ହସୁଥିବାର ଏକ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯାହା କି ଆମେରିକା ପାଇଁ ଚିନ୍ତାର ବିଷୟ୲

ବ୍ରିକ୍ସ ସମ୍ମିଳନୀରେ ଭାଗ ନେବାକୁ ଆସିଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଷ୍ଟ୍ରପତି ପୁତିନ ସ୍ୱାଗତ କରି ଆଲିଙ୍ଗନ କରିଥିଲେ। ଏହାପୂର୍ବରୁ ଋଷର ତାରସ୍ତାନ ମୁଖ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ବିମାନବନ୍ଦରରେ ସ୍ୱାଗତ କରିଥିଲେ।

ପାଞ୍ଚ ବର୍ଷ ପରେ ଆଜି ପ୍ରଧାନମନ୍ତ୍ରୀ ମୋଦୀ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟୁଛନ୍ତି। ଦୁଇ ଦେଶ ମଧ୍ୟରେ ସୀମା ବିବାଦର ସମାଧାନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା ହେବା ପରେ ଏହା ହେଉଛି ପ୍ରଥମ ବୈଠକ।

 

Comments are closed.