ଢାକା: ଦୁଇ ଦିନିଆ ବାଂଲାଦେଶ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସେ ଢାକାରେ ପହଞ୍ଚିଛନ୍ତି । କରୋନା ମହାମାରୀ ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଦେଶ ଗସ୍ତ । ଢାକା ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖେଶ ହସିନା । ବାଂଲାଦେଶ ଗଠନର ୫୦ ବର୍ଷ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ତାଙ୍କ ସହ ସାମିଲ ହେବେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ।

ଦୁଇ ଦିନିଆ ଗସ୍ତରେ ମାରାଥନ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଂଲାଦେଶ ଗଠନରେ ଭାରତର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା । ସେଥିପାଇଁ ପ୍ରଧାନମନ୍ତ୍ରୀକୁ ନିମନ୍ତ୍ରଣ କରିଥିଲା ବାଂଲାଦେଶ । ସାବରରେ ଥିବା ରାଷ୍ଟ୍ରୀୟ ସହିଦ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଦେବେ ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଅବସରରେ ଦୁଇ ଦେଶ ମଧ୍ୟରେ ବହୁ ଗୁରୁତ୍ୱର୍ଣ୍ଣର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ଶେଖ ହସିନାଙ୍କ ସହ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ହେବ । ଏହାସହ ବାଂଲାଦେଶ ରାଷ୍ଟ୍ରପତି ଅବଦୁଲ୍ ହମିଦ୍ଙ୍କୁ ମଧ୍ୟ ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
BREAKING NEWS
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
- Union Budget 2026: She-Mart ଯୋଜନା କ’ଣ? ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା…
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
Comments are closed.