Latest Odisha News

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ମୋଦୀ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ  କରି ମୋଦୀ ଲେଖିଛନ୍ତି, ମୋର ବନ୍ଧୁ ତଥା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣର ମୁଁ ଅତ୍ୟନ୍ତ ଦୁଃଖିତ । ରାଜନୀତିରେ ଏବଂ ଗଣତନ୍ତ୍ରରେ ହିଂସା କୌଣସି ସ୍ଥାନ ନାହିଁ । ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତ ଓ ଆହତଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ମୋଦୀ ।

ସୂଚନା ଅନୁସାରେ, ଆଗକୁ ଆମେରିକା ନିର୍ବାଚନ ଥିବାବେଳେ ପେନସିଲଭାନିଆରେ ଡୋନାଲ୍ଡ ଟ୍ରମ୍ପ ନିର୍ବାଚନୀ ପ୍ରଚାର କରୁଥିଲେ । ପ୍ରଚାର ସମୟରେ ଜନତାଙ୍କୁ ସମ୍ବୋଧନ କରୁଥିବା ବେଳେ ହଠାତ ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ ହୋଇଥିଲା । ଗୁଳିମାଡ ପରେ ଟ୍ରମ୍ପ ପୋଡିୟମ ତଳେ ବସିପଡିଥିଲେ । ସେପଟେ ଟ୍ରମ୍ପଙ୍କ ସିକ୍ୟୁରିଟି ଗାର୍ଡ ତାଙ୍କୁ ସଙ୍ଗେ ସଙ୍ଗେ ଘେରି ନେଇଥିଲେ । ତେବେ ଟ୍ରମ୍ପଙ୍କ କାନ ଓ ଗାଲରେ ରକ୍ତ ଛିଟା ଲାଗିଥିବା ବେଳେ ତାଙ୍କ କାନରେ ଗୁଳି ବାଜିଥିବା ସନ୍ଦେହ କରାଯାଉଛି । ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସେ ବିପଦମୁକ୍ତ ଥିବା ସିକ୍ରେଟ ସର୍ଭିସ ପକ୍ଷରୁ ସୂଚନା ଜାରି କରାଯାଇଛି ।

Comments are closed.